ରାଜ୍ୟରେ ବଢୁଥିବା ତାପମାତ୍ରାରୁ ମିଳୁଛି ସାମାନ୍ୟ ଆଶ୍ବସ୍ତି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ । ଏପରିକି ଆଗାମୀ ୩ଦିନ କୁଆପଥର ବର୍ଷା ମଧ୍ୟ ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଜି ପାଇଁ ୫ ଜିଲ୍ଲାକୁ ଝଡ଼ ତୋଫାନ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡା ଓ ସମ୍ବଲପୁର । ତେବେ ଆଜି ବର୍ଷା ଓ ବଜ୍ରପାତ ସହ ୫୦ରୁ ୬୦ କିମି ବେଗରେ ପବନ ବହିପାରେ। ସେହିଭଳି କାଳବୈଶାଖୀ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ବର, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼, ବଲାଙ୍ଗିର ଏବଂ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। Post navigation ତିଥି ଅନୁସାରେ ରଥଯାତ୍ରା ପାଳନ ପାଇଁ ଇସ୍କନକୁ ଅନୁରୋଧ କରିଛି ଶ୍ରୀମନ୍ଦିର ପ୍ରଶାସନ ଦ୍ବିତୀୟ ଦିନରେ ମଦ ବ୍ୟବସାୟୀଙ୍କ ଘରେ ଜାରି ରହିଛି ରେଡ୍; ମିଳୁଛି ପୁଳାପୁଳା ଟଙ୍କା