ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳିରେ ମିଳିବ ଆଶ୍ବସ୍ତି। ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ଦିନରେ ଖରା ଗୁଳୁଗୁଳି ଦେଖିବାକୁ ମିଳୁଥିବା ବେଳେ ଅପରାହ୍ନ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ପବନ ଦେଖିବାକୁ ମିଳୁଛି। ମେ’ ୧ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ଏ ନେଇ ସୂଚନା ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଜୁଳି ଘଡ଼ଘଡ଼ି ସହ ଝଟ୍‌କା ପବନ, କୁଆପଥର ପଡ଼ିପାରେ ସତର୍କ ଜାରି ।

ଗତକାଲି ପ୍ରବଳ ବର୍ଷା ଓ ବିଜୁଳି ଘଡ଼ିଘଡ଼ି ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସହ ୪୦-୫୦ କିମି ବେଗରେ ପବନ ବହିବା ସେହିପରି ୯ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସହ ୪୦-୫୦ କିମି ବେଗରେ ପବନ ବହିବା ସହ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ୯ ଜିଲ୍ଲାରେ ୫୦-୬୦ କିମି ବେଗରେ ପବନ ବହିବା ନେଇ ବିଭାଗ ତରଫରୁ ଆଲର୍ଟ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *