ରାଜ୍ୟକୁ ଆସୁଛି ବଡ ବର୍ଷା। ମାର୍ଚ୍ଚ ଶେଷ ସପ୍ତାହରେ ରାଜ୍ୟରେ କାଳବୈଶାଖୀ ପ୍ରଭାବ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ମାର୍ଚ୍ଚ ଶେଷ ପର୍ଯ୍ୟନ୍ତ ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ବିଚ୍ଛିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ। ୨୭ ଓ ୨୮ ତାରିଖରେ ମଧ୍ୟ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଓଡ଼ିଶାର କେତେକ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବ । ଏନେଇ ଏସ୍ ଆରସିଙ୍କ ପକ୍ଷରୁ ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଜି ବାଲେଶ୍ବର, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ସହ ବଜ୍ରପାତ ନେଇ ସତର୍କ କରାଯାଇଛି । ସତର୍କତା ଅବଲମ୍ବନ କରିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ।

୨୬ ତାରିଖରେ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଓ ନବରଙ୍ଗପୁର, ୨୭ ତାରିଖରେ ଭଦ୍ରକ, ବାଳେଶ୍ବର, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଗଜପତି, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ଝଡ଼ିବର୍ଷା ହୋଇପାରେ । ସେହିପରି ୨୮ ତାରିଖରେ କୋରାପୁଟ, ରାୟଗଡ଼ା, ଗଜପତି ଓ ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ହୋଇପାରେ । ସେପଟେ ବର୍ଷା ପରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିପାରେ ବୋଲି ମଧ୍ୟ ପୂର୍ବାନୁମାନ କରାଯାଇଛି ।

Leave a Reply

Your email address will not be published. Required fields are marked *