ଭୁବନେଶ୍ୱର: ଗତକାଲିଠୁ ସାରା ରାଜ୍ୟରେ କୋହଲା ପାଗ ସାଙ୍ଗକୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଆଜି ବି ବିଭିନ୍ନ ସ୍ଥାନରେ ଘଡଘଡି ସହ ବିଜୁଳି ଓ ବର୍ଷା ହେବା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ଓ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ବର୍ଷା ପରିମାଣ ୨୦୦ ମିଲିମିଟର ପର୍ଯ୍ୟନ୍ତ ରହିପାରେ। କିଛି ଜିଲ୍ଲାରେ ୩୦ରୁ ୫୫ କିଲୋମିଟର ବେଗରେ ପବନ ବହିପାରେ। ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। କାଳବୈଶାଖୀ ପାଇଁ ସତର୍କ ରହିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ।