ବିଶିଷ୍ଟ କବି ରାଜେନ୍ଦ୍ର କିଶୋର ପଣ୍ଡାଙ୍କ ପରଲୋକ । ୮୧ ବର୍ଷ ବୟସରେ ଆଖି ବୁଜିଲେ ରାଜେନ୍ଦ୍ର କିଶୋର । ଆଜି ପୂର୍ବାହ୍ନ ସାଢ଼େ ୧୧ଟା ସମୟରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ଷୋହଳଟି କବିତା ସଂକଳନ ଓ ଦୁଇଟି ଉପନ୍ୟାସର ରଚୟିତା ଥିଲେ କବି ରାଜେନ୍ଦ୍ର କିଶୋର ପଣ୍ଡା । ୧୯୮୫ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । କବିତା ଶୈଳକଳ୍ପ ପାଇଁ ପାଇଥିଲେ କେନ୍ଦ୍ର ସାହିତ୍ୟ ଏକାଡେମୀ ।

୧୯୪୪ ଜୁନ୍ ୨୪ ତାରିଖରେ ଝାରସୁଗୁଡ଼ା ଜିଲ୍ଲାର ବତଲଗା ଗାଁରେ ସେ ଜନ୍ମଗ୍ରହଣ କରିଥିଲେ। ସେ ଆହ୍ଲାବାଦ ବିଶ୍ୱବିଦ୍ୟାଳୟରୁ କଳାରେ ସ୍ନାତକୋତ୍ତର ଡିଗ୍ରି ହାସଲ କରିଥିଲେ। ୧୯୪୭ରେ ରାଜେନ୍ଦ୍ର କିଶୋର ପଣ୍ଡାଙ୍କର ପ୍ରଥମ କବିତା ସଂଗ୍ରହ ‘ଗୌଣ ଦେବତା’ ପ୍ରକାଶିତ ହୋଇଥିଲା। ତାଙ୍କର ଷୋହଳଟି କବିତା ସଂକଳନ ପ୍ରକାଶ ପାଇଛି। ସେ ଦୁଇଟି ଉପନ୍ୟାସର ବି ରଚୟିତା। ରାଜେନ୍ଦ୍ର କିଶୋର ପଣ୍ଡା ୧୯୬୭ରୁ ୨୦୦୪ ଯାଏ ପ୍ରଶାସନିକ ସେବାରେ ବିଭିନ୍ନ ପଦପଦବୀରେ ଦାୟିତ୍ବ ନିର୍ବାହ କରିଥିଲେ। ତାଙ୍କ ବିୟୋଗରେ ସାହିତ୍ୟିକ ମହଲରେ ଶୋକର ଛାୟା ଖେଳିଯାଇଛି ।

Leave a Reply

Your email address will not be published. Required fields are marked *