ନୂଆଦିଲ୍ଲୀ: ଓଡ଼ିଶାର ଖାଲି ପଡୁଥିବା ୩ ଆସନ ପାଇଁ ଫେବୃଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ। ଏହି ଦିନ ଦେଶର ୫୬ଟି ଆସନ ପାଇଁ ରାଜ୍ୟସଭା ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ଯ୍ୟକାଳ ଏପ୍ରିଲ ୩ରେ ସରିବ। ଏହାପୂର୍ବରୁ ଏହି ଆସନ ଲାଗି ନିର୍ବାଚନ ଅନୁଷ୍ଠିତ ହେବ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମଧ୍ୟ ସରୁଛି କାର୍ଯ୍ୟକାଳ। ମଧ୍ୟପ୍ରଦେଶରୁ ରାଜ୍ୟସଭା ସାଂସଦ ଅଛନ୍ତି ଧର୍ମେନ୍ଦ୍ର।

ନିର୍ବାଚନ ପାଇଁ ଫେବୃଆରୀ ୮ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଫେବ୍ରୁଆରି ୧୫ ହେଉଛି ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ। ଏଣେ ଫେବୃଆରୀ ୧୬ରେ ପ୍ରାର୍ଥୀପତ୍ର ଯାଞ୍ଚ ଓ ୨୦ ତାରିଖ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ ବୋଲି ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *