ପୁରୀ ଜିଲ୍ଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ବିଜେପିର ମୁଖପାତ୍ର ରମା ରଞ୍ଜନ ବଳିଆର ସିଂହ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପ୍ରଦାନ ଦେଇଥିବା ସୂଚନା । ୨୫ ତାରିଖରେ ସତ୍ୟବାଦୀରେ ଭୋଟ୍ ଗ୍ରହଣହେବାକୁ ଥିବା ବେଳେ ତାର କିଛି ଦିନ ପୂର୍ବରୁ ଦଳ ଛାଡିବା ବିଜେପି ପାଇଁ ଶକ୍ତ ଧକ୍କା। ସେ ନିଜ ଇସ୍ତଫା ପତ୍ରକୁ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ପାଖକୁ ପଠାଇଛନ୍ତି। ରମା ରଞ୍ଜନ ବଳିଆର ସିଂହ ବିଜେପି ମୁଖପାତ୍ର ମଧ୍ୟ ଥିଲେ।

ଟିକେଟ ନ ମିଳିବା ଯୋଗୁ ସେ ଅସନ୍ତୁଷ୍ଟ ଥିଲେ। ତାଙ୍କ କୌଣସି ଦଳୀୟ କାର୍ଯ୍ୟକ୍ରମରେ ମଧ୍ୟ ଦେଖିବାକୁ ମିଳୁ ନ ଥିଲା ।

ସେ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ବିଜେପି ପୁରୀ ଜିଲ୍ଲା ସତ୍ୟବାଦୀ ଅଞ୍ଚଳର ଲୋକଙ୍କୁ ଅଣଦେଖା କରିଛି। ଏହା ମୋର ବ୍ୟକ୍ତିଗତ ଅଭିଯାଗ ନୁହେଁ ସମସ୍ତ ଜନସାଧାରଣଙ୍କ ଅସନ୍ତୋଷ। କେନ୍ଦ୍ରୀୟ ନେତୃତ୍ବ ମଧ୍ୟ ମୋ ଅଭିଯୋଗକୁ ଅଣଦେଖା କରିଥିବା ରମାରଞ୍ଜନ କହିଛନ୍ତି।

ବର୍ଷବର୍ଷ ଧରି ଦଳ ମୋ ଉପରେ ନ୍ୟସ୍ତ କରିଥିବା ସମସ୍ତ କାର୍ଯ୍ୟକୁ ଭଲ ଭାବେ ସମ୍ପାଦନ କରିବା ସତ୍ତ୍ବେ କ୍ରମାଗତ ଭାବେ ବିଧାନସଭା ନିର୍ବାଚନରେ ସତ୍ୟବାଦୀ ନିର୍ବାଚନମଣ୍ଡଳୀ ଜନସାଧାରଣ ଓ ମୋତେ ପ୍ରତାରିତ କରାଯାଇଥିବା କାରଣରୁ ମୁଁ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପ୍ରଦାନ କରୁଛି ବୋଲି ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି।

ରମାରଞ୍ଜନ ବଳିଆର ସିଂହ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସତ୍ୟବାଦୀ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ତ୍ରୟୋଦଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୮ରେ ବିଜେଡି ଛାଡି ସେ ବିଜେପିରେ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *