ଭୁବନେଶ୍ବର: ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ବିଜେଡ଼ି ଛାଡ଼ିଛନ୍ତି। ସେ ଦଳରୁ ଇସ୍ତଫା ଦେଇଛନ୍ତି। ଦଳର ପ୍ରାଥମିକ ସଦସ୍ୟରୁ ସେ ଇସ୍ତଫା ଦେଉଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ସେ ତାଙ୍କ ଇସ୍ତଫା ପତ୍ରକୁ ଦଳର ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି।

ସେ ଇସ୍ତଫା ପତ୍ରରେ ସେ କଡ଼ା କଥା ଲେଖିଛନ୍ତି। ସେ କହିଛନ୍ତି ୧୫ ଦିନ ହେଲା ଆଲୋଚନା ପାଇଁ ଚେଷ୍ଟା କଲେ ବି ମତେ ସୁଯୋଗ ମିଳିଲାନି। ଉପର ଠାଉରିଆ ଭାବେ ସରକାରୀ ପଦବୀରେ ଅବସ୍ଥାପିତ କରିବାର ଉଦ୍ଦେଶ୍ୟ କ’ଣ ବୋଲି ସେ ପ୍ରଶ୍ନ କରିଛନ୍ତି। ଏହା ମୋର ସ୍ବାଭିମାନ ଏବଂ ସ୍ବାଧୀନତା ପ୍ରତି କଟାକ୍ଷ ବୋଲି ସେ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି।

୨୦୦୦ରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଛତ୍ରପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୧୨ତମ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ। ସେ ନବୀନ ପଟ୍ଟନାୟକଙ୍କ ପ୍ରଥମ ମନ୍ତ୍ରୀମଣ୍ଡଳରେ ଉପବାଚସ୍ପତି ଭାବରେ କାର୍ଯ୍ୟ କରିଥିଲେ

ସେ ୨୦୧୭ ଜାନୁୟାରୀ ୧୨ରେ ବିଜେପିରୁ ଇସ୍ତଫା ଦେଇ ବିଜେଡ଼ିରେ ଯୋଗ ଦେଇଥିଲେ। ଏବେ ସେ ବିଜେଡ଼ିରୁ ଇସ୍ତଫା ଦେଇ ବିଜେପିରେ ଯୋଗଦେବା ନେଇ ରାଜ୍ୟ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *