ବିଜେଡିରେ ସାମିଲ ହେଲେ ସତ୍ୟବାଦୀର ପୂର୍ବତନ ବିଧାୟକ ରମାରଂଜନ ବଳିୟାରସିଂହ । ସେ ଆଜି ବିଜେପି ଛାଡ଼ି ବିଜେଡିରେ ସାମିଲ ହୋଇଛନ୍ତି । ୨୦୦୪ରେ ସ୍ୱାଧୀନ ଭାବେ ଲଢ଼ି ସେ ସତ୍ୟବାଦୀରୁ ବିଧାୟକ ହୋଇଥିଲେ ।

ରମା ଓ ତାଙ୍କ ସମର୍ଥକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ ଦଳକୁ ସ୍ୱାଗତ କରିଛନ୍ତି ବିଜେଡି ପ୍ରାର୍ଥୀ ସଂଜୟ ଦାସ ବର୍ମା ଓ ସସ୍ମିତ ପାତ୍ର ।

ସୁଚନମୂତବକ, ଆଜି ରମା ରଞ୍ଜନ ବଳିଆର ସିଂହ ବିଜେପି ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ । ଟିକେଟ ନ ମିଳିବା ଯୋଗୁ ସେ ଅସନ୍ତୁଷ୍ଟ ଥିଲେ।

ସେ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ବିଜେପି ପୁରୀ ଜିଲ୍ଲା ସତ୍ୟବାଦୀ ଅଞ୍ଚଳର ଲୋକଙ୍କୁ ଅଣଦେଖା କରିଛି। ଏହା ମୋର ବ୍ୟକ୍ତିଗତ ଅଭିଯାଗ ନୁହେଁ ସମସ୍ତ ଜନସାଧାରଣଙ୍କ ଅସନ୍ତୋଷ। କେନ୍ଦ୍ରୀୟ ନେତୃତ୍ବ ମଧ୍ୟ ମୋ ଅଭିଯୋଗକୁ ଅଣଦେଖା କରିଥିବା ରମାରଞ୍ଜନ କହିଛନ୍ତି।

ବର୍ଷବର୍ଷ ଧରି ଦଳ ମୋ ଉପରେ ନ୍ୟସ୍ତ କରିଥିବା ସମସ୍ତ କାର୍ଯ୍ୟକୁ ଭଲ ଭାବେ ସମ୍ପାଦନ କରିବା ସତ୍ତ୍ବେ କ୍ରମାଗତ ଭାବେ ବିଧାନସଭା ନିର୍ବାଚନରେ ସତ୍ୟବାଦୀ ନିର୍ବାଚନମଣ୍ଡଳୀ ଜନସାଧାରଣ ଓ ମୋତେ ପ୍ରତାରିତ କରାଯାଇଥିବା କାରଣରୁ ମୁଁ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପ୍ରଦାନ କରୁଛି ବୋଲି ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି।

Leave a Reply

Your email address will not be published. Required fields are marked *