ଆସନ୍ତା ମାସ ୧୯ ତାରିଖରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଆରମ୍ଭ ହେବ । ସେହିପରି ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ଏହା ମଧ୍ୟରେ ରାଜନୈତିକ ଦଳମାନେ ପର୍ଯ୍ୟାୟକ୍ରମେ ବିଧାନସଭା ଓ ଲୋକସଭା ପାଇଁ ପ୍ରାର୍ଥୀ ତାଲିକା ଜାରି କରୁଛନ୍ତି । ଏଭଳି ସ୍ଥିତିରେ କିଛି ନେତା ଅନ୍ୟ ଦଳରେ ସାମିଲ ହେଉଥିବାର ଦେଖାଯାଉଛି ।

ତେବେ ଗତକାଲି ଆଠମଲ୍ଲିକ ବିଧାୟକ ବିଜେଡିରୁ ଇସ୍ତଫା ଦେଇଥିବା ବେଳେ ଆଜି ସେ ବିଜେପିରେ ସାମିଲ ହୋଇଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ରମେଶ ପଦ୍ମରେ ସାମିଲ ହୋଇଛନ୍ତି । ବ୍ୟକ୍ତିଗତ କାରଣରୁ ରମେଶ ବିଜେଡିର ପ୍ରାଥମିକ ସଦସ୍ୟ ପଦ ଛାଡ଼ିଥିଲେ । ୨୦୧୯ ନିର୍ବାଚନରେ ସେ ବିଜେଡି ଟିକେଟରେ ନିର୍ବାଚନ ଜିତିଥିଲେ । ମାତ୍ର ବର୍ତ୍ତମାନ ପରିସ୍ଥିତିରେ ସେ ଦଳରେ କାର୍ଯ୍ୟ କରିବାକୁ ଅସମର୍ଥ ବୋଲି ଇସ୍ତଫା ପତ୍ରରେ ଉଲ୍ଲେଖ କରିଥିଲେ ।

ସୂଚନାଯୋଗ୍ୟ ଯେ, ଗତ ୩ ତାରିଖରେ ସୋର ବିଧାୟକ ବିଜେଡିରୁ ଇସ୍ତଫା ଦେଇଥିଲେ । ଏଥିସହିତ ଫୁଲବାଣୀ ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁର ମଧ୍ୟ ଦଳ ଛାଡ଼ିଥିଲେ ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *