ଭୁବନେଶ୍ବର : ବିଜେଡି ଛାଡିଲେ ବିଧାୟକ ରମେଶ ସାଏ । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଆଠମଲ୍ଲିକ ବିଧାୟକ ରମେଶ ସାଏ । ବ୍ୟକ୍ତିଗତ କାରଣ ଦର୍ଶାଇ ସେ ଦଳରୁ ଇସ୍ତଫା ଦେଇଛନ୍ତି । ପୂର୍ବରୁ ଦଳରେ କୋଣଠେସା ହୋଇପଡିଥିବା ଆଠମଲ୍ଲିକ ବିଧାୟକ ରମେଶ ସାଏ ଦଳ ଛାଡିବା ନେଇ ଚର୍ଚ୍ଚା ହେଉଥିଲା ।

ତେବେ ନଳିନୀକାନ୍ତ ପ୍ରଧାନଙ୍କୁ ପ୍ରାର୍ଥୀ କରାଯିବା ପରେ ସେ ଦଳ ଛାଡିଥିବା ଚର୍ଚ୍ଚା ହେଉଛି । ଅନ୍ୟପଟେ ସେ ଖୁବ୍ ଶୀଘ୍ର ବିଜେପିରେ ମିଶିବେ ବୋଲି ଶୁଣିବାକୁ ମିଳୁଛି ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *