ପ୍ରୋ-ଟେମ୍ ସ୍ପିକର ବା କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ। ଆଜି ସପ୍ତଦଶ ଓଡ଼ିଶା ବିଧାନସଭାର ଆଠଗଡ ବିଧାୟକ ରାଜା ସ୍ୱାଇଁଙ୍କୁ କାମଚଳା ବାଚସ୍ପତି ଭାେବେ ଶପଥପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ । କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ନେବା ପରେ ରାଜା ସ୍ୱାଇଁ ଆଗାମୀ ଜୁନ୍ ୧୭ ଓ ୧୮ ତାରିଖରେ ନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ ରାଜା ସ୍ବାଇଁ । ୨୦ ତାରିଖରେ ବାଚସ୍ପତି ନିର୍ବାଚନ ମଧ୍ୟ ପରିଚାଳନା କରିବେ। ସେ ତାଙ୍କର ଏହି ଶପଥ ପାଠରେ କହିଛନ୍ତି, ସରକାରଙ୍କ ଦ୍ୱାରା ଗଠିତ ହୋଇଥିବା ସପ୍ତଦଶ ବିଧାନସଭାର କାମଚଳା ବାଚସ୍ପତି ଭାବେ ନିଯୁକ୍ତ ଦେଇଥିବାରୁ ଧନ୍ୟବାଦ ଜଣାଉଛି। Post navigation ‘ରଜ’ ପର୍ବର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ କୋଲକାତାର ଏକ ମଲ୍ରେ ବ୍ୟାପକ ଅଗ୍ନିକାଣ୍ଡ