ration distribution time changed in odisha due to heatwave
ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁଁ ସକାଳ ୭ଟାରୁ ୧୦ଟା ଏବଂ ସଂଧ୍ୟା ୫ଟାରୁ ୮ଟା ଯାଏଁ ରାସନ ବଣ୍ଟନ କରିବାପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ଦିନ ୧୧ଟାରୁ ଅପରାହ୍ନ ୪ଟା ଯାଏଁ ବନ୍ଦ ରହିବ ରାସନ ସାମଗ୍ରୀ ବିତରଣ ।
 
ଏ ସଂକ୍ରାନ୍ତରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ବିଭାଗ ପକ୍ଷରୁ ଅବଗତ କରାଯାଇଛି ।
 
ଏଥିସହ ଖରା ଦାଉରୁ ରକ୍ଷା ପାଇବା ପାଇଁ ହିତାଧିକାରୀ ଏବଂ ନିୟୋଜିତ ଶ୍ରମିକ ମାନଙ୍କ ପାଇଁ ପାନୀୟ ଜଳ, ଓଆର୍‌ଏସ୍ ରଖିବାକୁ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଛି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ।
 

By Nirvay

Leave a Reply

Your email address will not be published. Required fields are marked *