ଚଳତବର୍ଷ ଜୁଲାଇ ୮ରେ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଶ୍ରୀମନ୍ଦିର ଚାବି ହଜିବା ପ୍ରସଙ୍ଗ ସାର୍ବଜନୀନ ହେବ ବୋଲି କୁହାଯାଇଛି। ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ସାର୍ବଜନୀନ ହେବ। ଆଗାମୀ କ୍ୟାବିନେଟ ବୈଠକରେ ରିପୋର୍ଟ ଉପସ୍ଥାପନ ହେବ। ଏନେଇ ହାଇକୋର୍ଟଙ୍କୁ ଅବଗତ କଲେ ରାଜ୍ୟ ସରକାର। ୩ ସପ୍ତାହ ପରେ ଏହି ମାମଲାର ହେବ ପରବର୍ତ୍ତୀ ଶୁଣାଣି । ସୂଚନା ଅନୁଯାୟୀ, ଆସନ୍ତା ୮ ତାରିଖ ଦିନ ରତ୍ନଭଣ୍ଡାର ଖୋଲିବ । ଜୁଲାଇ ୭ ତାରିଖ ଦିନ ହେଉଛି ରଥଯାତ୍ରା । ଆଉ ତହିଁ ପରଦିନ ଖୋଲାଯିବ ରତ୍ନଭଣ୍ଡାର । ରତ୍ନଭଣ୍ଡାର ଖୋଲିବା ପାଇଁ ସ୍ୱତନ୍ତ୍ର ଟିମ ଗଠନ ହୋଇଛି । ରତ୍ନଭଣ୍ଡାରର ସ୍ଥିତି ଅନୁଧ୍ୟାନ ଓ ଯାଞ୍ଚ କରିବେ ସ୍ୱତନ୍ତ୍ର ଟିମ୍ । Post navigation ଶଙ୍ଖ ଭବନରେ ଆରମ୍ଭ ହେଲା ବିଜେଡି ବିଧାୟକ ଦଳ ବୈଠକ ନବୀନ ପଟ୍ଟନାୟକ ହେଲେ ବିରୋଧୀ ଦଳ ନେତା