ଜୁଲାଇ ୮ ତାରିଖରେ ଖୋଲିବନି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଏପରିକି ଏଏସ୍ଆଇ ଅଧିକାରୀ ବିଭ୍ରାନ୍ତିକର ତଥ୍ୟ ଦେଇଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ । ଏ ନେଇ ପ୍ରତିକ୍ରିୟା ରଖି ଆଇନମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି, ରତ୍ନଭଣ୍ଡାର କେବେ ଖୋଲିବ ସେନେଇ ନିଷ୍ପତ୍ତି ହୋଇନି । ରତ୍ନ ଭଣ୍ଡାର ଖୋଲିବା ପ୍ରସଙ୍ଗରେ ସରକାର ନିଷ୍ପତ୍ତି ନେବେ। ବିଶୃଙ୍ଖଳିତ ଏଏସଆଇ ଅଧିକାରୀ ବିଭ୍ରାନ୍ତିକର ତଥ୍ୟ ଦେଇଛନ୍ତି। ନିଜ ଦୋଷ ତ୍ରୁଟି ଲୁଚାଇବାକୁ ଯାଇ ଅଧିକାରୀ ଜଣଙ୍କ ଏଭଳି ମନ୍ତବ୍ୟ ଦେଇଛନ୍ତି। ସଂପୃକ୍ତ ଏସ୍ଆଇ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। କେବେ ରତ୍ନଭଣ୍ଡାର ଖୋଲାଯିବ ତର୍ଜମା କରି ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି। ଆପଣଙ୍କୁ କହି ରଖୁଛୁ, ଆସନ୍ତା ଜୁଲାଇ ୮ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନେଇ ଆଜି ସୂଚନା ଦେଇଥିଲେ ଏଏସଆଇ ସୁପରିଟେଡ଼େଣ୍ଟ ଡଃ ଡି.ବି .ଗଡନାୟକ। ରତ୍ନଭଣ୍ଡାର ବାହାର ପାର୍ଶ୍ୱ କାନ୍ଥ ଲେଜର ସ୍କାନିଂ କରାଯାଇଛି। ଅନୁଧ୍ୟାନ ପରେ ରତ୍ନଭଣ୍ଡାର ମରାମତି କରାଯିବ। କିନ୍ତୁ ବର୍ତ୍ତମାନ ଆଇନ ମନ୍ତ୍ରୀ ଏହାକୁ ଖଣ୍ଡନ କରିବା ସହ ଏ ସମ୍ପର୍କରେ ତର୍ଜମା କରି ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି। ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବା ପରେ, ରତ୍ନଭଣ୍ଡାରକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିବାରେ ଲାଗିଛି । କେବେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲିବ ସେ ନେଇ ଆଲୋଚନା ହେଉଛି । ରତ୍ନଭଣ୍ଡାର ଖୋଲିବା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋସିଆଲ ମିଡ଼ିଆରେ ପ୍ରଶଂସା କରିଥିଲେ। ହେଲେ ରତ୍ନଭଣ୍ଡାର ଖୋଲିବନି ବୋଲି ଜାଣିବା ପରେ ସେ ନିଜ ପୋଷ୍ଟ ଡିଲିଟ କରିଦେଇଛନ୍ତି। Post navigation ନବୀନ ପଟ୍ଟନାୟକ ହେଲେ ବିରୋଧୀ ଦଳ ନେତା ବଜେଟ୍ ପାଇଁ ସାଧାରଣ ଲୋକଙ୍କ ମତାମତ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ