୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣ ବଜେଟ ପୂର୍ବରୁ ଆରବିଆଇର ବହୁ ପ୍ରତୀକ୍ଷିତ ମୁଦ୍ରା ନୀତି କମିଟି ବୈଠକ ଆଜି ଶେଷ ହୋଇଛି। ଗତ ୫ ତାରିଖ ଠାରୁ ଚାଲିଥିବା ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ମୁଦ୍ରା ନୀତି କମିଟି (ଏମସି)ରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି ।ଏଥର ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନ କରିବାକୁ କମିଟି ପୁଣି ଥରେ ନିଷ୍ପତ୍ତି ନେଇଛି।

ରେପୋ ରେଟକୁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖାଯାଇଛି । କ୍ରମାଗତ ୮ମ ଥର ପାଇଁ ରେପୋ ରେଟରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ । କେନ୍ଦ୍ରୀୟ ବ୍ୟାଙ୍କର ଏମ୍‌ପିସି ଗତ ଫେବୃଆରୀ ୨୦୨୩ରେ ରେପୋ ରେଟ୍‌କୁ ବଦଳାଇ ଦେଇଥିଲା ଏବଂ ପରେ ଏହାକୁ ୬.୫ ପ୍ରତିଶତକୁ ବୃଦ୍ଧି କରାଯାଇଥିଲା। ଏହାର ଅର୍ଥ ହେଉଛି ରେପୋ ରେଟ୍‌ ୧୬ ମାସ ପାଇଁ ସମାନ ସ୍ତରରେ ସ୍ଥିର ରହିଛି।

ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏ ବାବଦରେ ସୂଚନା ଦେଇଛନ୍ତି । ଲୋକସଭା ନିର୍ବାଚନ ଫଳାଫଳ ଘୋଷିତ ହେବା ପରେ ଏହା ଥିଲା ପ୍ରଥମ ଏମପିସି ବୈଠକ । ଏମପିସିର ୬ ଜଣିଆ ସଦସ୍ୟଙ୍କ ମଧ୍ୟରୁ ୪ ଜଣ ରେପୋ ରେଟରେ କୌଣସି ପରିବର୍ତ୍ତନ ପକ୍ଷରେ ମତ ରଖିନଥିଲେ । ଶେଷ ଥର ପାଇଁ କେନ୍ଦ୍ରୀୟ ବ୍ୟାଙ୍କ ୨୦୨୩ରେ ରେପୋ ରେଟରେ ୨୫ ବେସିସ୍ ପଏଣ୍ଟ ବୃଦ୍ଧି କରି ୬.୫୦ ପ୍ରତିଶତ କରିଥିଲା । ତା’ ପରଠାରୁ ସେଥିରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ ।

ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଘୋଷଣା ସୁଧ ହାରରେ ହ୍ରାସ ଆଶା କରୁଥିବା ଲୋକଙ୍କୁ ନିରାଶ କରିଛି। ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନ ହେବା ଯୋଗୁ, ଲୋକଙ୍କ ଇଏମ୍‌ଆଇଭାରରେ କୌଣସି ପରିବର୍ତ୍ତନ ହେବ ନାହିଁ।

ଏହି ଘୋଷଣା ସେହି ନିବେଶକମାନଙ୍କ ପାଇଁ ଏକ ଖୁସି ଖବର, ଯେଉଁମାନେ ଏଫ୍‌ଡିରେ ଟଙ୍କା ବିନିଯୋଗ କରିବାକୁ ପସନ୍ଦ କରନ୍ତି। ହାଇ ରେପୋ ରେଟ୍‌ ସ୍ଥିର ରହିବା ଅର୍ଥ ହେଉଛି ଏଫ୍‌ଡି ଉପରେ ଅଧିକ ସୁଧର ଲାଭ ଉପଲବ୍ଧ ରହିବ।

Leave a Reply

Your email address will not be published. Required fields are marked *