ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ସୃଷ୍ଟି ହେଲାଣି ଅସମ୍ଭାଳ ସ୍ଥିତି। ପ୍ରବଳ ଗୁଳୁଗୁଳି ସହ ଗରମ ଅନୁଭୂତରେ ହନ୍ତସନ୍ତ ହୋଇପଡ଼ିଲେଣି ଜନଜୀବନ। ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଉପର ମୁହାଁ ହୋଇଛି ପାରଦ । ଗତକାଲି ରାଜ୍ୟର ୧୧ ସହରର ତାପମାତ୍ରା ୩୭ ଡିଗ୍ରୀ ଉପରେ ରହିଥିଲା । ୩୮.୨ ଡିଗ୍ରୀ ସହ ବୌଦ୍ଧ ସବୁଠାରୁ ଉତ୍ତପ୍ତ ସହର ପାଲଟିଛି । ମାର୍ଚ୍ଚ ମାସରୁ ଏତେ ତାତି ଦେଖି ରାଜ୍ୟବାସୀଙ୍କ ଚିନ୍ତା ବଢ଼ିଯାଇଛି। ଲୋକମାନଙ୍କୁ ସଚେତନ ରହିବା ପାଇଁ ମଧ୍ୟ ସତର୍କ ସୂଚନା ଦିଆଯାଇଛି ।

ଗତକାଲି ରାଜ୍ୟର ୧୧ ସହରର ତାପମାତ୍ରା ୩୭ ଡିଗ୍ରୀ ଉପରେ ରହିଛି। ୩୮.୨ ଡିଗ୍ରୀ ସହ ବୌଦ୍ଧ ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସୋନପୁର, ଅନୁଗୁଳ, ସମ୍ବଲପୁର, ସୁନ୍ଦରଗଡ଼, ଭବାନୀପାଟଣା, ହୀରାକୁଦ, ବୌଦ୍ଧ ଓ ବାରିପଦାରେ ୩୭ ଡିଗ୍ରୀରୁ ଅଧିକ ରହିଥିଲା ଦିନ ତାପମାତ୍ରା ।  ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହୁଛି । ଯାହା ମାର୍ଚ୍ଚ ମାସ ଆରମ୍ଭରୁ ଗ୍ରୀଷ୍ମ ଲହରୀ ସୃଷ୍ଟି କରୁଛି ।

Leave a Reply

Your email address will not be published. Required fields are marked *