ସାରା ରାଜ୍ୟର ଆଜି ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି ।କିଛି ଜିଲ୍ଲାକୁ ଅତିଭୀଷଣ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କଲା ପାଣିପାଗ ବିଭାଗ। ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନଟ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଆଲର୍ଟ କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ସକାଳେ ଦକ୍ଷିଣ ଓଡିଶା,ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ଏହି ଅଵପାତ। ଫଳରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଅତିପ୍ରବଳ ବର୍ଷା ସହ ଦକ୍ଷିଣ ଓଡ଼ିଶା ଅନ୍ତର୍ଗତ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି। ଲଘୁଚାପ ପ୍ରଭାବରେ ୨୮ ତାରିଖ ସକାଳ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । Post navigation ଆଜି ବାୟୁସେନାରୁ ବିଦାୟ ନେବ ମିଗ୍-୨୧ ହ୍ବାଟ୍ସ ଆପ୍ରେ ମିଳିବ ଜନ୍ମ, ମୃତ୍ୟୁ ସାର୍ଟିଫିକେଟ୍