ଭୁବନେଶ୍ବର: ନବୀନ ଓଡ଼ିଶା ମ୍ୟାଜିକ କାର୍ଡ ପାଇଁ ଆଜିଠୁ ଆରମ୍ଭ ହେଲା ଛାତ୍ରଛାତ୍ରୀଙ୍କ ନାମ ପଞ୍ଜୀକରଣ । ଆସନ୍ତା ଅଗଷ୍ଟ ୧୫ ତାରିଖରେ ଛାତ୍ରଛାତ୍ରୀଙ୍କୁ ଏହି ମ୍ୟାଜିକ କାର୍ଡ ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଯୁକ୍ତତିନି ଓ ପିଜିର ସମସ୍ତ ଛାତ୍ରଛାତ୍ରୀଙ୍କୁ ନବୀନ ମ୍ୟାଜିକ କାର୍ଡ ପ୍ରଦାନ କରାଯିବ । ଏହି କାର୍ଡ ଜରିଆରେ ଯୁବଶକ୍ତିଙ୍କ ସମସ୍ତ ସ୍ବପ୍ନ ସାକାର ପାଇଁ ସହାୟତା ଯୋଗାଇ ଦିଆଯିବ ।

ଏହା ଛାତ୍ରଛାତ୍ରୀଙ୍କୁ ୱାଇଫାଇ, ବହି କିଣା, ମୋବାଇଲ ରିଚାର୍ଜ ଓ ବସ, ଟ୍ରେନ, ବିମାନ ଯାତ୍ରାରେ ରିହାତି ସହ କ୍ୟାରିୟର କାଉନସେଲିଂ ଓ ନିଯୁକ୍ତିରେ ସହାୟକ ହେବ । କାର୍ଡକୁ ସିଲଭର, ଗୋଲ୍ଡ, ପ୍ଲାଟିନମ କାର୍ଡକୁ ଉନ୍ନୀତ କରିବାକୁ ମଧ୍ୟ ସୁଯୋଗ ରହିଛି । ନୂଆ-ଓ ମାଧ୍ୟମରେ ଆୟୋଜିତ କୋ-କରିକୁଲାର ପ୍ରତିଯୋଗିତା ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ କରିବା ସହ ସ୍ଵପ୍ନକୁ ସାକାର କରିବାକୁ ବଳ ଯୋଗାଇବ ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *