କ୍ରମାଗତ ଦଶମ ଥର ପାଇଁ ରେପୋ ରେଟ୍ରେ ଅପରିବର୍ତ୍ତନ ରଖିଲା ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) । ଆରବିଆଇର ମୁଦ୍ରାନୀତି କମିଟି ରେପୋ ରେଟ୍ରେ ଆଉ କୌଣସି ପରିବର୍ତ୍ତନ ନ କରିବାକୁ ନିଷ୍ପତ୍ତି ନେଇଛି। ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରହିଲା ରେପୋ ରେଟ୍ । ରେପୋ ରେଟ୍ର ଅପରିବର୍ତ୍ତନକୁ ନେଇ ସୂଚନା ଦେଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । ସେ କହିଛନ୍ତି ଏମ୍ ପିସିର ତିନି ଦିନିଆ ବୈଠକରେ କମିଟିର ୬ ଜଣ ସଦସ୍ୟଙ୍କ ମଧ୍ୟରୁ ୫ ଜଣ ରେପୋ ରେଟ୍ ଅପରିବର୍ତ୍ତିତ ରଖିବା ସପକ୍ଷରେ ମତ ଦେଇଥିଲେ। ତେଣୁ ରେପୋ ରେଟ୍ ସମାନ ରହିବାର ଅର୍ଥ ହେଉଛି ଆପଣଙ୍କ ଋଣ କିସ୍ତିରେ କୌଣସି ପରିବର୍ତ୍ତନ ହେବ ନାହିଁ। Post navigation ପୂର୍ବତନ ବିଧାୟକ ଧନେଶ୍ୱର ମାଝୀଙ୍କ ପରଲୋକ ଆସିଲା ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା