ବର୍ଷକ ପରେ ସମ୍ବଲପୁରରୁ ହଟିଲା ଧାର୍ମିକ ଶୋଭାଯାତ୍ରା ଉପରେ ଲାଗିଥିବା କଟକଣା । ଜିଲ୍ଲା ପ୍ରଶାସନ ପକ୍ଷରୁ ଧାର୍ମିକ ଶୋଭାଯାତ୍ରା ଉପରେ ଲାଗିଥିବା କଟକଣା ହଟିଛି। ବୁଧବାର ଜିଲା ପରିଷଦ ମିଟିଂ ହଲ୍‌ରେ ଆଗାମୀ ମହରମ ପର୍ବ ପାଳନ ପାଇଁ ଅନୁଷ୍ଠିତ ହୋଇଥିବା ଶାନ୍ତି ଓ ସମନ୍ବୟ ବୈଠକ ପରେ ଜିଲାପାଳ ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଏହି ବିଷୟରେ ସମ୍ବଲପୁର ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ କହିଛନ୍ତି, ବର୍ଷେ ପୂର୍ବରୁ ସହରରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ଧାର୍ମିକ ଶୋଭାଯାତ୍ରା ଉପରେ କଟକଣା ଲାଗୁ ରହିଥିଲା । ଏବେ ପରିସ୍ଥିତି ସ୍ୱାଭାବିକ ହୋଇଥିବାରୁ ପୂର୍ବରୁ ଜାରି ହୋଇଥିବା କଟକଣା ଆଉ ରହିବ ନାହିଁ।

Leave a Reply

Your email address will not be published. Required fields are marked *