ଆକାଶମାର୍ଗରୁ ହେଲିକପ୍ଟର ଯୋଗେ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ ଯାଜପୁର, ଭଦ୍ରକ, ବାଲେଶ୍ବର ଏବଂ କେନ୍ଦୁଝର ଜିଲ୍ଲାର ବନ୍ୟାଞ୍ଚଳ ଏବଂ ଜଳବନ୍ଦୀ ଅଞ୍ଚଳ ପରିଦର୍ଶନ କରି ବିସ୍ତୃତ ସମୀକ୍ଷା କରିଛନ୍ତି । ମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଏବଂ ସ୍ଵତନ୍ତ୍ର ସହାୟତା ଆୟୁକ୍ତ (SRC) ରାଜେଶ ପ୍ରଭାକର ପାଟିଲ୍ ମଧ୍ଯ ଉପସ୍ଥିତ ରହି ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି । ସୂଚନାଯୋଗ୍ୟ ଯେ, ଆଜି ପୂର୍ବାହ୍ନରେ ବନ୍ୟାଞ୍ଚଳ ଗସ୍ତ ପୂର୍ବରୁ ଲୋକସେବା ଭବନଠାରେ ବର୍ଷା ଏବଂ ବନ୍ୟା ପରିସ୍ଥିତି ସମ୍ପର୍କରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଏବଂ ଦାୟିତ୍ଵରେ ଥିବା ବରିଷ୍ଠ ଅଧିକାରୀବୃନ୍ଦଙ୍କ ସହ ମାନ୍ୟବର ମନ୍ତ୍ରୀ ଆଲୋଚନା କରିଥିଲେ । Post navigation Senior Odisha BJP Leaders And MPs Hold Key Meeting In New Delhi Mahanadi Water Dispute: ଦୀପାବଳି ସୁଦ୍ଧା ସମାଧାନ ହେବ ମହାନଦୀ ଜଳ ବିବାଦ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ