ରାଷ୍ଟ୍ରୀୟ ଏକତା ଦିବସ ପାଳନ ପାଇଁ ଆଜି ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍ରେ ଆରମ୍ଭ ହୋଇଛି ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଛନ୍ତି। ଭାରତର ଏକତା ଓ ଅଖଣ୍ଡତାକୁ ବଜାୟ ରଖିବା ପାଇଁ ନିଜ ଜୀବନ ସମର୍ପି ଦେଇଥିବା ତଥା ଭାରତର ଲୌହମାନବ ଭାବେ ପରିଚିତ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ସ୍ମୃତି ଏବଂ ସମ୍ମାନରେ ଏହି କାର୍ଯ୍ୟକ୍ରମ ହେଉଛି । ଏହି କାର୍ଯ୍ୟକ୍ରମରେ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରୁ ରାଜଭବନ ଯାଏ ଏକତା ଦୌଡ଼ ହୋଇଥିଲା । ଏହି ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏକତାର ଶପଥ କରାଇବା ପରେ ନିଜେ ମଧ୍ୟ ଦୌଡିଛନ୍ତି। ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚ ଶିକ୍ଷା ଓ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ, ପଞ୍ଚାୟତରାଜ ମନ୍ତ୍ରୀ ରବି ନାରାୟଣ ନାଏକ, ଏକାମ୍ର ବିଧାୟକ ବାବୁ ସିଂହ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଏଥିରେ ସାମିଲ ହୋଇଛନ୍ତି। Post navigation ରାଜଧାନୀରେ ବାଣ ଦୋକାନୀଙ୍କ ପାଇଁ ଜାରି ହେଲା ଗାଇଡଲାଇନ୍ ଲିଙ୍ଗରାଜ ମନ୍ଦିରରେ ଫଟୋ ଓ ଭିଡିଓ କରି ବିବାଦରେ ଶିଳ୍ପା ସେଟ୍ଟୀ ଓ ମନ୍ଦିର ପ୍ରଶାସନ