ବରଗଡ଼ ଜିଲ୍ଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଆଗଲପୁର ପଞ୍ଚାୟତର ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକଙ୍କୁ ଦୁର୍ବୃତ୍ତମାନେ ଗୁଳି କରି ହତ୍ୟା କରିଛନ୍ତି। ପୋଲିସ କାର୍ ଭିତରୁ ତାଙ୍କର ରକ୍ତ ଜୁଡ଼ୁବୁଡ଼ୁ ମୃତ ଦେହ ଉଦ୍ଧାର କରିଥିବା ଜଣାପଡ଼ିଛି ।

ଘଟଣାସ୍ଥଳରେ ଡୁଙ୍ଗୁରିପାଲି ଓ ବରପାଲି ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ହତ୍ୟାକାଣ୍ଡର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ପୂର୍ବ ଶତ୍ରୁତା ନା ଅନ୍ୟ କୌଣସି କାରଣରୁ ଏହି ହତ୍ୟାକାଣ୍ଡ ଘଟିଛି, ସେ ନେଇ ପୋଲିସ ବିଭିନ୍ନ ଦିଗରୁ ତଦନ୍ତ ଚଳାଇଛି।

Leave a Reply

Your email address will not be published. Required fields are marked *