ଭୁବନେଶ୍ୱର: ପରୀକ୍ଷାର୍ଥୀଙ୍କ ନାଁ ମାହାଲ ମାଣ୍ଡା, ବାପାଙ୍କ ନାଁ ମାହାଲ ମାଣ୍ଡା ପ୍ରୋ । ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ବା ଓସେପା ଇ-ଆଡମିଟ୍ କାର୍ଡରେ ଏଭଳି ଅଜବ ନାଁକୁ ନେଇ ଖପ୍ପା ଓଡ଼ିଶା ଜୁନିଅର ଟିଚର ଆଶାୟୀ । କେବଳ ଏତିକି ନୁହେଁ, ଗୋଟିଏ ଆଡମିଟ କାର୍ଡରେ ପରୀକ୍ଷାର୍ଥୀଙ୍କ ଫଟୋ ବଦଳରେ ପକ୍ଷୀର ଚିତ୍ର ଲାଗିଥିବା ଦେଖିବାକୁ ମିଳିଛି । ଓଡ଼ିଶା ଜୁନିଅର ଟିଚର- ସିବିଟି ପରୀକ୍ଷା ମେରିଟ୍ ଲିଷ୍ଟ ପ୍ରକାଶ ପରେ ଦେଖାଦେଇଛି ତୀବ୍ର ଅସନ୍ତୋଷ।

ବହୁ ସଂଖ୍ୟାରେ ଅଶାୟୀ ଭୁବନେଶ୍ୱର ଓସେପା କାର୍ଯ୍ୟାଳୟରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ମେରିଟ୍ ଲିଷ୍ଟ ପ୍ରକାଶ ପୂର୍ବରୁ କଟ୍ ଅଫ୍ ତାଲିକା ପ୍ରକାଶ କରାଯାଇନଥିବା ସେମାନେ ଅଭିଯୋଗ କରିଛନ୍ତି ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *