କଟକର ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲର ଟ୍ରମା କେୟାର ୟୁନିଟରେ ଅଗ୍ନିକାଣ୍ଡ ଘଟଣା । ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି । ମୃତକ ଅନୁଗୁଳ ବଅଁରପାଳର ସୁମନ କୁମାର ସାହୁଙ୍କ ବୋଲି ଚିହ୍ନଟ କରାଯାଇଛି। ଏ ନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡାକ୍ତର ମୁକେଶ ମହାଲିଙ୍ଗ ।

ରବିବାର ବିଳମ୍ବିତ ରାତିରେ କଟକ ବଡ଼ ମେଡ଼ିକାଲରେ ଘଟିଥିଲା ଅଘଟଣ । ବିଦ୍ୟୁତ ସର୍ଟ ସର୍ଟିକରୁ ଭୟଙ୍କର ଅଗ୍ନିକାଣ୍ଡରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ ହୋଇଥିଲା । ଏହାପରେ ଆଉ ଜଣଙ୍କର ମୃତ୍ୟୁ ହୋଇଥିଲା । ବାକି ଅନ୍ୟ ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ବିଭିନ୍ନ ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା । ଆଜି ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କର ମୃତ୍ୟୁ ହୋଇଯାଇଛି । ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୧୨ କୁ ବୃଦ୍ଧି ପାଇଛି।

ଅନ୍ୟପଟେ ଅଗ୍ନିକାଣ୍ଡ ଘଟଣାକୁ ଗୁରୁତ୍ବର ସହ ନେଇଛି ଜାତୀୟ ମାନବାଧିକାର କମିଶନ । ରାଜ୍ୟ ସରକାରଙ୍କୁ ରିପୋର୍ଟ ତଲବ କରିଛି । ୧୫ ଦିନ ମଧ୍ୟରେ ସବିଶେଷ ରିପୋର୍ଟ ଦେବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ନିଆଁ ଲାଗିବା ସମ୍ପର୍କରେ ହ୍ୟୁମାନ ରାଇଟ୍ସ ଫ୍ରଣ୍ଟ ଇଣ୍ଡିଆର ଅଧ୍ୟକ୍ଷ ମନୋଜ ଜେନା କମିଶନଙ୍କ ନିକଟରେ ଅଭିଯୋଗ କରିଥିଲେ ।

Leave a Reply

Your email address will not be published. Required fields are marked *