ଦିନକୁ ଦିନ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେଉଛି । ଅସହ୍ୟ ଗରମ ଓ ଗୁଳୁଗୁଳିକୁ ଅସ୍ତବ୍ୟସ୍ତ ହୋଇପଡିଛି ଜନଜୀବନ । ଏହା ସହ ରାଜ୍ୟର ବିଭିନ୍ନ ସହର ତାପାମାତ୍ରା ୪୦ ଡିଗ୍ରୀ ପାର ହୋଇଗଲାଣି । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ଦୁଇ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି ନିଆଯିବ ବୋଲି ରାଜସ୍ବ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ସେ କହିଛନ୍ତି ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବା ପୂର୍ବରୁ ଖରା ଛୁଟି କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦିଆଯାଇଛି । ମେ ୬ରେ ଖରା ଛୁଟି ଦିଆଯିବା ପାଇଁ ଘୋଷଣା କରାଯାଇଥିଲା । କିନ୍ତୁ ଖରା ପାଇଁ ଦୁଇ ଦିନରେ ସ୍କୁଲ ବନ୍ଦ ପାଇଁ ନିଷ୍ପତ୍ତି ନିଆଯିବ । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଦିନେ ଦୁଇ ଦିନ ମଧ୍ୟରେ ନିଷ୍ପତ୍ତି ନିଆଯିବ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଭିନ୍ନ ବିଭାଗର ସଚିବଙ୍କ ସହ ଆଲୋଚନା କରିଛନ୍ତି ରାଜସ୍ଵ ମନ୍ତ୍ରୀ। ଖରା ବଢିଲେ ଆବଶ୍ୟକ ସ୍ଥଳେ ଅଙ୍ଗନୱାଡ଼ି ଛୁଟି ହେବ। ତେବେ ସ୍ଥିତି ଦେଖି ଜିଲ୍ଲାପାଳମାନେ ଚାହିଁଲେ ସ୍କୁଲ ବନ୍ଦ ନିଷ୍ପତ୍ତି ନେଇ ପାରିବେ ବୋଲି । ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ଆଗାମୀ ଦିନରେ ନିର୍ଦ୍ଦେଶନାମା ଜାରି କରାଯିବ ବୋଲି କହିଛନ୍ତି ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ । ଅନ୍ୟପଟେ ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା ୪୨ ଡିଗ୍ରୀ ଝାରସୁଗୁଡ଼ା ତାପମାତ୍ରା ଟପିଛି । ଝାରସୁଗୁଡ଼ା ତାପମାତ୍ରା ୪୨.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ସବୁଠୁ ଉତପ୍ତ ସହର ପାଲଟିଛି । ପଶ୍ଚିମ ଓଡ଼ିଶାରେ ତାତି ଓ ଉପକୂଳ ଓଡ଼ିଶାରେ ତାତି ରାଜ୍ୟବାସୀଙ୍କୁ କଲବଲ କରୁଛି। Post navigation ପ୍ରକାଶ ପାଇଲା ୟୁପିଏସସି ସିଭିଲ୍ ସର୍ଭିସ୍ ରେଜଲ୍ଟ-୨୦୨୪; ୪୮ତମ ସ୍ଥାନରେ ଓଡ଼ିଶାର ରିତିକା ରଥ ଜାମ୍ମୁ-କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ