ରାଜ୍ୟରେ ଜୁନ୍ ୨୦ ତାରିଖରୁ ଖୋଲିବ ସ୍କୁଲ୍ । ୧୮ ବଦଳରେ ୨୦ ତାରିଖରେ ଖୋଲିବ ସ୍କୁଲ । ଏ ନେଇ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଗଣଶିକ୍ଷା ବିଭାଗ ଲେଖିଛି ଚିଠି । ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ । ସେହିପରି ଶିକ୍ଷକ, ଶିକ୍ଷୟିତ୍ରୀ, ଅଫିସ କର୍ମଚାରୀ, ସଫେଇ କର୍ମଚାରୀ, ରୋଷେୟା ଜୁନ୍ ୧୯ରୁ ବିଦ୍ୟାଳୟରେ ଯୋଗଦେବାକୁ ଜିଲା ଶିକ୍ଷା ଅଧିକାରୀଙ୍କ ପକ୍ଷରୁ ଚିଠି କରାଯାଇଛି । ଶ୍ରେଣୀଗୃହଠାରୁ ଆରମ୍ଭ କରି ଶୌଚାଳୟ ପରିଷ୍କାର କରିବାକୁ ସ୍କୁଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ନିର୍ଦ୍ଦେଶ ଅନୁଯାୟୀ, ଶ୍ରେଣୀ ଗୃହ, କ୍ୟାମ୍ପସକୁ ସଫା କରାଯିବ । ଅନାବନା ଘାସ କଟାଯିବା ସହ ପାଣି ଟାଙ୍କି ସଫା କରାଯିବ। ଶ୍ରେଣୀ ଗୃହରେ ଥିବା ସମସ୍ତ ଫର୍ଣ୍ଣିଚରକୁ ସଫା କରି ପିଲାଙ୍କ ବସିବା ପାଇଁ ଉପଯୋଗୀ କରାଯିବ। ସୂଚନା ଯୋଗ୍ୟ; ଏପ୍ରିଲ ୨୩ରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ ରହିଥିଲା । ରାଜ୍ୟରେ ଚାଲିଥିବା ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ପାଇଁ ସ୍ଥିତି ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଥିଲେ । Post navigation ଧାମନଗରରେ ଝାଡ଼ାବାନ୍ତି; ଦୁଇ ଦିନରେ ୬୦ ଆକ୍ରାନ୍ତ ପିଲାଙ୍କ ମାଆ ଯାଞ୍ଚ କରିପାରିବେ ମଧ୍ୟାହ୍ନ ଭୋଜନ