ଖୋର୍ଦ୍ଧା ଜିଲ୍ଲାରେ ୨୦ରୁ ୨୩ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍ ଓ ଅଙ୍ଗନବାଡ଼ି ଛୁଟି । ଅସହ୍ୟ ଖରାକୁ ଦେଖି ଛୁଟି ପାଇଁ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ । ଅସହ୍ୟ ଖରାକୁ ଦେଖି କାଲିଠାରୁ ଛୁଟି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଖୋର୍ଦ୍ଧା ଜିଲାପାଳ ଅମ୍ରିତ ଋତୁରାଜ। ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଥିବା ଜିଲ୍ଲାପାଳ କହିଛନ୍ତି। ଛାତ୍ରୀଛାତ୍ରଙ୍କ ସ୍ୱାସ୍ଥ୍ୟ ଏବଂ ନିରାପତ୍ତା ଆମ ପାଇଁ ପ୍ରାଥମିକତା। ପରବର୍ତ୍ତୀ ସମୟରେ ପାଣିପାଗ ସ୍ଥିତିକୁ ସମୀକ୍ଷା କରାଯାଇ ଆଗାମୀ ନିଷ୍ପତ୍ତି ନିଆଯିବ ବୋଲି ଜିଲ୍ଲାପାଳ କହିଛନ୍ତି। ଯଦି କୌଣସି ସ୍କୁଲ୍ ରେ ପରୀକ୍ଷା ଥାଏ ତାହା ଚାଲୁ ରହିବ ବୋଲି କହିଛନ୍ତି। ଏହି ଅଞ୍ଚଳରେ ପ୍ରବଳ ଗରମ ଅନୁଭୂତ ହେଉଥିବାରୁ ଜିଲ୍ଲା ପ୍ରଶାସନ ଏହି ସମୟ ମଧ୍ୟରେ ସମସ୍ତ ସ୍କୁଲ ଏବଂ ଅଙ୍ଗନୱାଡି କେନ୍ଦ୍ର ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛି। ଛାତ୍ରଛାତ୍ରୀଙ୍କ ସୁରକ୍ଷା ଏବଂ ମଙ୍ଗଳକୁ ବିଚାରକୁ ନେଇ ଏହି ନିଷ୍ପତ୍ତି ନିଆଯାଇଛି। ଭାରତ ପାଣିପାଗ ବିଭାଗ (IMD) ଆଗାମୀ ଦିନରେ ଖୋର୍ଦ୍ଧା ସମେତ ଅନେକ ଉପକୂଳବର୍ତ୍ତୀ ଏବଂ ଆଭ୍ୟନ୍ତରୀଣ ଜିଲ୍ଲା ପାଇଁ ଗରମ ଏବଂ ଆର୍ଦ୍ର ପରିସ୍ଥିତି ଜାରି ରହିବ ବୋଲି ପୂର୍ବାନୁମାନ କରିଛି। ସେହିପରି ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଦେବଗଡ଼ ଜିଲ୍ଲାରେ ବି ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲ୍ଲାରେ ୩ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆସନ୍ତା ୨୦ରୁ ୨୨ ତାରିଖ ତିନି ଦିନ ପାଇଁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପୂର୍ବରୁ ଗ୍ରୀଷ୍ମ ପ୍ରବାହ ପାଇଁ ରାଜ୍ୟର ୫ ଜିଲ୍ଲାରେ ଛୁଟି ଘୋଷଣା କରାଯାଇ ସାରିଛି। ଶୁକ୍ରବାର ବଲାଙ୍ଗିର, ସୋନପୁର, କଳାହାଣ୍ଡି, ବୌଦ୍ଧ ଜିଲ୍ଲାରେ ଥିବା ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରିଥିଲେ ଜିଲ୍ଲାପାଳ। ଶନିବାର ଆଉ ୬ ଜିଲ୍ଲା ପାଇଁ ସ୍କୁଲ ଛୁଟି ଘୋଷଣା ହୋଇଛି। Post navigation 3D Chip Packaging Unit In Bhubaneswar: ଦେଶର ପ୍ରଥମ ଥ୍ରୀଡି ଚିପ୍ ପ୍ୟାକେଜିଂ ୟୁନିଟର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ