ନୂଆଦିଲ୍ଲୀ : ବିଳମ୍ବିତ ରାତିରେ ଦିଲ୍ଲୀର ବିବେକ ବିହାର ଅଞ୍ଚଳରେ ଥିବା ଏକ ଶିଶୁ ଡାକ୍ତରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୭ଜଣ ନବଜାତ ଶିଶୁ ଆଖି ବୁଜିଛନ୍ତି। ଏଥିସହିତ ୫ ଶିଶୁଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁସାରେ, ଶନିବାର ରାତି ପ୍ରାୟ ୧୧.୩୨ସମୟରେ ପୂର୍ବ ଦିଲ୍ଲୀର ବିବେକ ବିହାରର ଏକ ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଘଟିଥିଲା।ଏହାପରେ ତୁରନ୍ତ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ଓ ଉଦ୍ଧାରକାରୀ ଟିମ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲା। ଏଥିରେ ୧୨ ଜଣ ଶିଶୁଙ୍କୁ ଉଦ୍ଧାର କରାଯାଇଥିଲା। ତେବେ ସେମାନଙ୍କ ମଧ୍ୟରୁ ଚିକିତ୍ସାଧୀନ ଅବସ୍ଥାରେ ୭ ନବଜାତକଙ୍କ ମୃତ୍ୟୁ ଘଟିଛି। ଏହାଛଡ଼ା ଜଣଙ୍କୁ ଭେଣ୍ଟିଲେଟର୍‌ରେ ଭର୍ତ୍ତି କରାଯାଇଥିବା ବେଳେ ଅନ୍ୟ ୪ ନବଜାତ ଶିଶୁଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଇଷ୍ଟ ଦିଲ୍ଲୀ ଆଡଭାନ୍ସଡ କେୟାର ହସ୍ପିଟାଲର ଏନ୍‌ଆଇସିୟୁରେ ଭର୍ତ୍ତି କରାଯାଇଛି। ଅଗ୍ନିକାଣ୍ଡର କାରଣ ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ। ଦିଲ୍ଲୀ ପୋଲିସ ଏବଂ ଅଗ୍ନିଶମ ବିଭାଗ ଏହି ଘଟଣାର ତଦନ୍ତ କରୁଛନ୍ତି।

 

By SonaliP

Leave a Reply

Your email address will not be published. Required fields are marked *