ଛତିଶଗଡ଼ରେ ପୁଣି ବଡ଼ ଧରଣର ଏନକାଉଣ୍ଟର। ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୭ ମାଓବାଦୀ। ଛତିଶଗଡ଼ ବିଜାପୁର ଜିଲ୍ଲାର ନାରାୟଣପୁର ବର୍ଡ଼ରରେ ଏହି ଏନକାଉଣ୍ଟର ହୋଇଥିବା ସୂଚନା ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ଜଣ ମାଓବାଦୀ ନିହତ ହୋଇଛନ୍ତି। ମୃତ ମାଓବାଦୀ ସଂଖ୍ୟା ଅଧିକ ହୋଇପାରେ ବୋଲି ଆଶା କରାଯାଉଛି।

ନାରାୟଣପୁର ଏସ୍‌ପି ପ୍ରଭାତ କୁମାରଙ୍କ ସୂଚନା ଅନୁଯାୟୀ, ତିନି ଜିଲ୍ଲାର ସୀମାରେ ନକ୍ସଲମାନେ ଏକ ବଡ଼ ଧରଣର ବୈଠକ କରୁଥିବାର ବିଶେଷ ସୂତ୍ରରୁ ସୂଚନା ମିଳିଥିଲା। ଏହା ପରେ ତୁରନ୍ତ ଜିଲ୍ଲା ପୁଲିସ, ଡିଆରଜି ଓ ସିଆରପିଏଫ ଯବାନ ସେଠାରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଏହି ସମୟରେ ପୁଲିସ୍ ଓ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଦିନ ଗୋଟାଏ ପର୍ଯ୍ୟନ୍ତ କିଛି ସମୟ ବ୍ୟବଧାନରେ ଗୁଳି ଫୁଟିବା ଶବ୍ଦ ଶୁଣିବାକୁ ମିଳୁଥିଲା। ଏହାପରେ ନକ୍ସଲ ଛତ୍ରଭଙ୍ଗ ଦେଇ ସେଠାରୁ ପଳାଇଥିଲେ, ପରେ ଯବାନମାନେ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ କରିଥିଲେ। ସେତେବେଳେ ୭ ଜଣ ନକ୍ସଲର ମୃତଦେହ ମିଳିଥିଲା। ଘଟଣାସ୍ଥଳରୁ ୫ଟି ବନ୍ଧୁକ ସହ ବିପୁଳ ପରିମାଣର ନକ୍ସଲ ସାମଗ୍ରୀ ମଧ୍ୟ ଜବତ କରାଯାଇଛି।

By Nirvay

Leave a Reply

Your email address will not be published. Required fields are marked *