ରାଜ୍ୟ ସରକାର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ପ୍ରଦାନ ଅବଧି ଆଉ ବର୍ଷେ ବଢ଼ିଲା । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତିମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ଦ୍ବାରା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗୁଡିକ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ନେଇପାରିବେ । ଏହି ପଦକ୍ଷେପ ରାଜ୍ୟରେ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ପୂର୍ବରୁ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଏହି ସୁଧ ମୁକ୍ତ ୠଣ ମୁକ୍ତ ବ୍ୟବସ୍ଥାକୁ ଜାରି ରଖିଥିଲେ ମୁଖ୍ୟମନ୍ତ୍ରୀ। ଆଜି ଏହାକୁ ୨୦୨୫-୨୬ ଆର୍ଥିକ ବର୍ଷ ଓ ପରବର୍ତ୍ତୀ ବର୍ଷ ଗୁଡିକ ପାଇଁ ଜାରିରଖିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

Leave a Reply

Your email address will not be published. Required fields are marked *