ଆସନ୍ତାକାଲି ଗୁରୁବାର ଭାଦ୍ରବ ଶୁକ୍ଳ ଦ୍ୱାଦଶୀ । ଏହି ଅବସରରେ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ । ଏଥିଲାଗି ସନ୍ଧ୍ୟା ଦୀର୍ଘ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆସନ୍ତାକାଲି ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିରର ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ । ଜୟବିଜୟ ଦ୍ୱାର ବନ୍ଦ ହୋଇ ଭିତର ଚନ୍ଦନ ଅର୍ଗଳିରେ ପୂଜାପଣ୍ଡା ପଞ୍ଚବର୍ଣ୍ଣ ମୁରୁଜରେ ମଣ୍ଡଳ ଅଙ୍କନ କରିବେ । ତିନି ବାଡ଼ରେ ବନ୍ଦାପନା ପରେ କଳସ ବରୁଣ ପୂଜା କରାଯିବ । ସେହିପରି ଗତକାଲି ଗଜପତି ମହାରାଜଙ୍କର ୬୯ ଅଙ୍କ ଆରମ୍ଭ ହେବ । ସୁନିଆଁ ଅବସରରେ ଶ୍ରୀନଅର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବ । କନକଦୂର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ ଓ ନୃସିଂହଙ୍କୁ ପୁଜାର୍ଚ୍ଚନା କରିବେ ଗଜପତି ।

Leave a Reply

Your email address will not be published. Required fields are marked *