ପୁରୀ ଆସନ୍ତାକାଲି ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର ।ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର । ଏଥିପାଇଁ କାଲି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଯୋଗ୍ୟ; ସ୍ଥାୟୀ ରତ୍ନଭଣ୍ଡାରକୁ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ହେବା ସହ ନାଟମଣ୍ଡପ ଓ ଜଗମୋହନ ଶୋଧ କରାଯିବ । ସେଥିପାଇଁ କାଲି ୧୦ଟାରୁ ସର୍ବସାଧାରଣ ଦର୍ଶନ ଉପରେ କଟକଣା ଜାରି କରାଯାଇଛି । ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ କରାଯାଇଛି । ରତ୍ନଭଣ୍ଡାର ସ୍ଥାନାନ୍ତର ସମାପନ ପରେ ପ୍ରତ୍ୟାହାର ହେବ କଟକଣା ।

Leave a Reply

Your email address will not be published. Required fields are marked *