ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନବ ଗଠିତ କମିଟିର ଏହା ପ୍ରଥମ ବୈଠକ ଏହି ବୌଠକ ବଡଦାଣ୍ତ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ଅନୁଷ୍ଠିତ ହେବ । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ବୈଠକ। ଏଥିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପିଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେବେ। ଏଥିସହ ନୂତନ ଭାବେ ମନୋନୀତ ହୋଇଥିବା ପରିଚାଳନା କମିଟିର ସେବାୟତ ସଦସ୍ୟଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ବ୍ୟକ୍ତି ବିଶେଷ ବୈଠକରେ ଭାଗ ନେବେ‌।

ଶ୍ରୀମନ୍ଦିର ନୂଆ ପରିଚାଳନା କମିଟି ଗଠନ ହୋଇ ସାରିଥିବାରୁ ମହାପ୍ରଭୁଙ୍କ ନୀତିକାନ୍ତି ଠାରୁ ଆରମ୍ଭ କରି ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କୁ ନେଇ ମଧ୍ୟ ଆଜିର ବୈଠକରେ ଆଲୋଚନା କରାଯିବ ବୋଲି ଆଶା କରାଯାଉଛି। ତେବେ ଆସନ୍ତା ୭ ତାରିଖରେ ଚନ୍ଦ୍ରଗ୍ରହଣ ପଡୁଥିବାରୁ ଛତିଶା ନିଯୋଗ ବୈଠକରେ ଅନୁମୋଦିତ ହୋଇଥିବା ନୀତି ନିର୍ଘଣ୍ଟ କୁ ଆଜିର ବୈଠକରେ ପାରିତ କରାଯିବ।

Leave a Reply

Your email address will not be published. Required fields are marked *