ପରଲୋକରେ ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ । କର୍କଟରୋଗରେ ଆକ୍ରାନ୍ତ ହୋଇ ତାଙ୍କର ଚିକିତ୍ସା ଚାଲିଥିଲା । ଆଜି ସନ୍ଧ୍ୟାରେ ତାଙ୍କର ପରଲୋକ ହୋଇଥିବା ତାଙ୍କ ପରିବାର ଲୋକ ସୂଚନା ଦେଇଛନ୍ତି ।ଆସନ୍ତାକାଲି ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ।

ନିଜ କଣ୍ଠର ମିଠାପଣ ସହିତ ଅପୂର୍ବ ଭକ୍ତି ଭାବନା ଯୋଡ଼ି ସେ ଯେଉଁ ସଙ୍ଗୀତ ପରିବେଷଣ କରୁଥିଲେ, ତାହା ଶ୍ରୋତାଙ୍କ ଭିତରେ ଭକ୍ତି, ସମର୍ପଣ ଏବଂ ବିଭୁ ଚେତନା ସୃଷ୍ଟି କରେ।

ସେ ଗାଇଥିବା ଭକ୍ତି ସଙ୍ଗୀତ ପ୍ରତି ଦେଶ ବିଦେଶରେ ଲୋକଙ୍କର ବେଶ୍ ଆଦର ରହିଛି। ତାଙ୍କ ଭଜନ ଓଡ଼ିଶାର କଳା, ସଂସ୍କୃତି ଏବଂ ଶ୍ରୀ ଜଗନ୍ନାଥଙ୍କ ସହ ଲୋକଙ୍କୁ ଯୋଡ଼ିବାରେ ସକ୍ଷମ ହୋଇପାରିଛି।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *