ତାମିଲନାଡୁ; ତାମିଲନାଡୁର ଶିବକାଶୀରେ ଥିବା ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୫ ଜଣ ମହିଳାଙ୍କ ସମେତ ୮ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହାଛଡ଼ା ଆଉ ୧୨ ଜଣ ଗୁରୁତରଭାବେ ପୋଡ଼ିଯାଇଥିବା ଜଣାଯାଇଛି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଦୁର୍ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଚାଲିଛି। ମୃତ୍ୟୁବରଣ କରିଥିବା ଆଠ ଜଣ ଲୋକ ଏକ ଫାୟାର କ୍ରାକାର କାରଖାନାରେ କାମ କରୁଥିଲେ।ଆହତମାନଙ୍କ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଅଗ୍ନିଶମ ବିଭାଗର କର୍ମଚାରୀମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ଆରମ୍ଭ କରିଥିଲେ। ବର୍ତ୍ତମାନ ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ।ତେବେ ଏହି ବାଣ କାରଖାନାଟି ଏକ ଲାଇସେନ୍ସଯୁକ୍ତ ବାଣ କାରଖାନା ବୋଲି ତାମିଲନାଡୁ ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି। ଅଗ୍ନିଶମ ବିଭାଗର କର୍ମଚାରୀମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ଆରମ୍ଭ କରିଥିଲେ। ବର୍ତ୍ତମାନ ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ।

ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ପ୍ରଚଣ୍ଡ ବିସ୍ଫୋରଣ ହେବା ପରେ କାରଖାନାର ଆଖପାଖ ଅଂଚଳ ଧୂଆଁମୟ ହୋଇଯାଇଥିଲା । ତେବେ ଏହି ବିସ୍ଫୋରଣର କାରଣ ସଂପର୍କରେ ଏପର୍ଯ୍ୟନ୍ତ କିଛି ଜଣାପଡ଼ିନାହିଁ । ଏ ନେଇ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି ବୋଲି ପୁଲିସ କହିଛି ।
ବିସ୍ଫୋରଣର ଖବର ମିଳିବା ପରେ ଉକ୍ତ ଅଂଚଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛି । ନିଆଁ ଯେପରି ଆଖପାଖରେ ଥିବା ଅନ୍ୟ ଘର ଓ କାରଖାନାକୁ ନ ବ୍ୟାପେ ତାହା ଉପରେ ଗୁରୁତ୍ୱ ଦିଆଯାଉଛି । ତାମିଲନାଡ଼ୁର ଶିବକାଶୀ ବାଣ ପାଇଁ ସମଗ୍ର ବିଶ୍ୱରେ ପ୍ରସିଦ୍ଧ । ଏଠାରୁ ଦେଶ ବିଦେଶକୁ ବାଣ ରପ୍ତାନି ହୋଇଥାଏ । ବାଣ ଛଡ଼ା ଶିବକାଶୀ ଦିଆସିଲି ଓ କ୍ୟାଲେଣ୍ଡର ପାଇଁ ମଧ୍ୟ ପ୍ରସିଦ୍ଧ ।

 

 

By SonaliP

Leave a Reply

Your email address will not be published. Required fields are marked *