ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ଦିନକୁ ଦିନ ଶ୍ରମନ୍ଦିରରେ ଭକ୍ତଙ୍କ ସଂଖ୍ୟା ବୃଦ୍ଧିକୁ ଆଖି ଆଗରେ ରଖି ପୁରୀ ଜଗନ୍ନାଥ ମନ୍ଦିରରେ ସ୍ୱତନ୍ତ୍ର ସୁରକ୍ଷା ବାହିନୀ ନିୟୋଜିତ ହୋଇଛନ୍ତି । କମାଣ୍ଡାଣ୍ଟଙ୍କ ସହ ଦୁଇଜଣ ଡେପୁଟି କମାଣ୍ଡାଣ୍ଟ ଓ ତିନିଜଣ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ । ଆସନ୍ତା ୨୮ ତାରିଖ ପୂର୍ବରୁ ଏମାନଙ୍କୁ ଡ୍ୟୁଟିରେ ଯୋଗଦେବାକୁ ପୋଲିସ ହେଡକ୍ୱର୍ଟରର ଅତିରିକ୍ତ ଡିଜିଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ସେହିଭଳି ସ୍ୱତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ କମାଣ୍ଡାଣ୍ଟ ଭାବେ ତାପସ ରଞ୍ଜନ ଦାସଙ୍କୁ ନିୟୋଜିତ କରାଯାଇଛି । Post navigation ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଚିଠି କେନ୍ଦ୍ରୀୟ ଡେପୁଟେସନରେ ଯିବେ ୨ ଆଇପିଏସ୍ ଅଫିସର