ଭୁବନେଶ୍ୱରର ଭରତପୁର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବିଳମ୍ବିତ ରାତିରେ ଏକ ଦ୍ରୁତଗାମୀ ସ୍କୋର୍ପିଓ ଗାଡ଼ି ପ୍ରଥମେ ଏକ କାର୍କୁ ଧକ୍କା ଦେବା ପରେ ରାସ୍ତା କଡ଼ରେ ଛିଡ଼ା ହୋଇଥିବା କିଛି ଲୋକଙ୍କ ଉପରକୁ ମାଡ଼ିଯାଇଥିଲା। ଏହି ଭୟଙ୍କର ଦୁର୍ଘଟଣାରେ ୬ ଜଣ ଗୁରୁତର ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ହଠାତ୍ ଘଟିଥିବା ଏହି ଅଘଟଣ ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଥିଲା। ଘଟଣା ସମ୍ପର୍କରେ ଖବର ପାଇବା ପରେ ଭରତପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବା ସହ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ପରିସ୍ଥିତିର ଗାମ୍ଭୀର୍ଯ୍ୟକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଡିସିପି ସର୍ବଣା ବିବେକ ଏମ୍. ମଧ୍ୟ ସ୍ଥାନରେ ପହଞ୍ଚି ଘଟଣାର ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିଛନ୍ତି। ପୋଲିସ୍ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଦୁର୍ଘଟଣା ଘଟାଇଥିବା ସ୍କୋର୍ପିଓ ଗାଡ଼ିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ପଚରାଉଚରା ଜାରି ରଖିଛି। ଏହାସହିତ ଘଟଣାସ୍ଥଳରେ ଥିବା ପ୍ରତ୍ୟକ୍ଷଦର୍ଶୀମାନଙ୍କଠାରୁ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସଂଗ୍ରହ କରାଯାଉଛି। Post navigation 5 दिन न्यायिक हिरासत में CJP नेता आशुतोष रांका और सौरव दास Bihar Boat Tragedy: बिहार नाव दुर्घटना में मृतकों की संख्या बढ़कर 13 हुई