ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ହୀରାକୁଦ ଜଳସ୍ତର ବଢୁଛି। ଆଜି ଆଉ ୬ଟି ଗେଟ ଖୋଲିଥିବା ବେଳେ ମୋଟ ୧୪ଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି। ମୁଣ୍ଡୁଳିଠାରେ ୫.୭୮ ଲକ୍ଷ କ୍ୟୁସେକ ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ ମହାନଦୀ ଫୁଲୁଛି। ଏ ନେଇ ୧୦ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ଏସଆରସି। ବିଶେଷକରି ତଳିଆ ଅଞ୍ଚଳ ଜିଲ୍ଳାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମ୍ବଲପୁର, ନୟାଗଡ଼, ଅନୁଗୁଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି। ପାଣି ପଶିଥିବା ରାସ୍ତା ଓ ପୋଲ ଉପରେ ଯାତାୟାତ ନକରିବାକୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *