ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗଜପତି ମହାରାଜା ଅଧ୍ୟକ୍ଷତାରେ ବସିବ ବୈଠକ । ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ ଓ ଏସ୍ପିଙ୍କ ସମେତ ପରିଚାଳନା କମିଟିର ସମସ୍ତ ସଦସ୍ୟଙ୍କ ସହ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ। ଏହି ବୈଠକରେ ମହାପ୍ରଭୁଙ୍କ ରତ୍ନ ଭଣ୍ଡାର ଗଣତି ମଣତି ନେଇ ହେବ ବିସ୍ତୃତ ଆଲୋଚନା ସହ ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କାର୍ଯ୍ୟକାରୀ ନେଇ ହେବ ଆଲୋଚନା ହେବ । ଶ୍ରୀମନ୍ଦିର ସୁରକ୍ଷା ନେଇ ମଧ୍ୟ ଆଲୋଚନା ହେବ। ପ୍ରକଳ୍ପ ସାଂସ୍କୃତିକ ଏବଂ ବୈଷୟିକ ସବ କମିଟିର ବିବରଣୀ, ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ଉପରେ ବିସ୍ତୃତ ଭାବେ ଆଲୋଚନା ହେବ । Post navigation Affordable House in Bhubaneswar: ଭୁବନେଶ୍ୱରରେ ସୁଲଭ ମୂଲ୍ୟରେ ମିଳିବ ଘର Odisha Cabinet Meeting: ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ