ବିଜେଡ଼ି ନେତ୍ରୀ ଶ୍ରୀମୟୀ ମିଶ୍ର ପୁଣି ଥରେ ନାଁ ନନେଇ ତେରର୍ଚ୍ଛା ବାଣ ମାରିଛନ୍ତି । ପୂର୍ବର ଧ୍ରୁତରାଷ୍ଟ୍ର ଆକ୍ଷେପ ପରେ ଏବେ ଭଣ୍ଡ ସନ୍ନ୍ୟାସୀ କହି କଟାକ୍ଷ କରିଛନ୍ତି ଶ୍ରୀମୟୀ ମିଶ୍ର। ସେ କହିଛନ୍ତି କିଛି ଲୋକ ଭଣ୍ଡ ସନ୍ନ୍ୟାସୀର ରୂପ ନେଇ ଅନ୍ୟ ପାଇଁ ଗାତ ଖୋଳୁଛନ୍ତି । ସନ୍ନ୍ୟାସୀ ସର୍ବୋପରି ଜଗତର ମଙ୍ଗଳ କାମନା କରନ୍ତି । ହେଲେ ଆଜିର ଯୁଗରେ ସନ୍ନ୍ୟାସୀଙ୍କ ପରିଭାଷା ଅଲଗା । ସେମାନେ କହିଛନ୍ତି ଜଗତ ପଛେ ନର୍କେ ପଡିଥାଉ, ମୋ ଜୀବନ ଉଦ୍ଧାର ହେଉ । କିଛି ସନ୍ନ୍ୟାସୀ ଜଗନ୍ନାଥଙ୍କ ନାମ ନେଇ ଅନ୍ୟ ପାଇଁ ଗାତ ଖୋଳୁଛନ୍ତି । ଏହାପରେ ଶ୍ରୀମୟୀ ମିଶ୍ର ସୋସିଆଲ୍ ମିଡିଆରେ ଭଣ୍ଡ ସନ୍ନ୍ୟାସୀ କହି ପରୋକ୍ଷରେ ଭି.କେ. ପାଣ୍ଡିଆନଙ୍କୁ ନିଶାନା କରିଛନ୍ତି ବୋଲି ଚର୍ଚ୍ଚା ହେଉଛି।

ସୂଚନା ଯୋଗ୍ୟ; ଶ୍ରୀମୟୀ ମିଶ୍ର ପୁଣି ଥରେ ନିଜ ସୋସିଆଲ୍ ମିଡ଼ିଆରେ ଲେଖିଛନ୍ତି, ଏଇ କିଛି ଦିନ ତଳେ ଗୋଟିଏ ଓଟିଟି ପ୍ଲାଟଫର୍ମରେ ବଲିଉଡର ପ୍ରତିଷ୍ଠିତ ନିର୍ଦ୍ଦେଶକ ପ୍ରକାଶ ଝା ଙ୍କ ଓ୍ବେବ୍ ସିରିଜ୍ ଦେଖିଲି ଯାହାକି ସନ୍ୟାସ ଓ ସନ୍ୟାସୀ ଉପରେ ଆଧାରିତ ଥିଲା। ସେଥିରେ କଳାକାରମାନଙ୍କ ଅଭିନୟ ବେଶ୍ ହୃଦୟସ୍ପର୍ଶୀ ଓ ଯୁଗୋପଯୋଗୀ ଥିଲା।ସନ୍ନ୍ୟାସର ଅର୍ଥ ସଂସାରର ସମସ୍ତ ସୁଖ ସମ୍ଭୋଗ ଠୁଁ ଦୁରେଇ ରହିବା ବା ସମସ୍ତ ମୋହ ମାୟା ପ୍ରତି ଦୁର୍ବଳତା ନ ରଖିବା ବ୍ୟକ୍ତି ବିଶେଷଙ୍କୁ ସମାଜ ସନ୍ନ୍ୟାସୀ ରୂପେ ଗ୍ରହଣ କରେ । କିନ୍ତୁ ଏଥିରେ ସନ୍ଦେହ କିମ୍ୱା ବ୍ୟତିକ୍ରମ ହେଲେ ସମାଜ ଭଣ୍ଡ ସନ୍ନ୍ୟାସୀ ର ରୂପ ଦେବାକୁ ତିଳେ ମାତ୍ର ପଛଘୁଞ୍ଚା ଦେଇନାହିଁ । କିନ୍ତୁ ଏ ଯୁଗର କିଛି ସନ୍ନ୍ୟାସୀଙ୍କ ଭାଷାରେ “ଜଗତେ ପଛେ ନର୍କେ ପଡ଼ିଥାଉ, ମୋ ଜୀବନ ଉଦ୍ଧାର ହଉ” । ଏବେ ମଧ୍ୟ କଛି ସନ୍ନ୍ୟାସୀ ଜନମଙ୍ଗଳକାରୀ ଭାବନା ନେଇ ତପସ୍ୟା କରିଛନ୍ତି, ହେଲେ ଆଉ କିଛି ଜଗନ୍ନାଥଙ୍କ ନାମ ନେଇ ଅନ୍ୟ ପାଇଁ ଗାତ ଖୋଲିବାକୁ ଯାଇ, ନିଜେ ଗାତରେ ପଡ଼ୁଛନ୍ତି ।

Leave a Reply

Your email address will not be published. Required fields are marked *