ଚଳିତ ବର୍ଷ ରଥଯାତ୍ରା ସମୟରେ ବଡ଼ଦାଣ୍ଡରେ ଷ୍ଟଲ ଲାଗିବା ପ୍ରସଙ୍ଗରେ ସର୍ତ୍ତମୂଳକ ଅନୁମତି ଦେଇଛନ୍ତି ହାଇକୋର୍ଟ। ବଡ଼ ଦାଣ୍ଡରେ ବ୍ୟବସାୟ ଉଦ୍ଦେଶ୍ୟରେ କୌଣସି ଷ୍ଟଲ ଲାଗିବ ନାହିଁ । ଯାହ ବି ଷ୍ଟଲ ଲାଗିବ ତାହା କେବଳ ଜନସେବା ପାଇଁ । ଏ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ସତ୍ୟପାଠ କଡ଼ାକଡ଼ି ପାଳନ କରିବାକୁ ମ୍ୟୁନିସିପାଲିଟିକୁ ନିର୍ଦ୍ଦେଶ ଦିଆଯାଇଛି । ପୂର୍ବରୁ ଏ ନେଇ ପୁରୀ ମ୍ୟୁନିସିପାଲିଟି ସତ୍ୟପାଠ ଦାଖଲ କରିଥିଲା।

Leave a Reply

Your email address will not be published. Required fields are marked *