ଓଡ଼ିଶା ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ଅନନ୍ତ ଦାସ(୮୬)ଙ୍କ ବର୍ଷ ବୟସରେ ପରଲୋକ ଘଟିଛି । ସେ ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ସେ ବାଲେଶ୍ୱର ଜିଲ୍ଲାର ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ଲଗାତାର ୪ଥର ବିଧାୟକ ରହିଥିଲେ । ଓଡ଼ିଶା ସରକାରଙ୍କ ଶିଳ୍ପମନ୍ତ୍ରୀ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ । ଏଥିସହ ଅନ୍ୟାନ୍ୟ ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହି ରାଜ୍ୟର ବିକାଶ ପାଇଁ ଅନେକ ଦୃଷ୍ଟାନ୍ତମୂଳକ କାର୍ଯ୍ୟ କରିଛନ୍ତି । ତାଙ୍କ ବିୟୋଗରେ ରାଜ୍ୟ ସଭାପତି ମନମୋହନ ସାମଲ ଶୋକବ୍ୟକ୍ତ କରିଛନ୍ତି । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସ୍ୱର୍ଗତଃ ଦାସଙ୍କ ପରଲୋକଗତ ଆତ୍ମାର ସଦ୍ଗତି କାମନା କରିବା ସହ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗ ପ୍ରତି ଶ୍ରୀ ସାମଲ ସମବେଦନା ଜ୍ଞାପନ କରିଛନ୍ତି । Post navigation ରାଜଧାନୀରେ ଆନ୍ତରାଜ୍ୟ ଏଟିଏମ୍ ଲୁଟେରାକୁ ଏନକାଉଣ୍ଟର; ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ରାଜ୍ୟରେ ଅଚଳ ନଳକୂପକୁ ସଚଳ କରିବାକୁ ମନ୍ତ୍ରୀ ରବି ନାଏକଙ୍କ ନିର୍ଦ୍ଦେଶ