ଆଜି ବସିବାକୁ ଯାଉଛି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଅପରାହ୍ନରେ ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିପାରେ ବୋଲି ଜଣାପଡିଛି । ଏହି ବୈଠକରେ ବିଭିନ୍ନ ମନ୍ତ୍ରିମଣ୍ଡଳ ଓ ଅଧିକାରୀମାନେ ଉପସ୍ଥିତ ରହିବେ । ତେବେ ଆଜିର ବୈଠକରେ କେଉଁ ସବୁ ନିଷ୍ପତ୍ତି ନିଆଯିବ । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଗତ ୨୨ ତାରିଖରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ଦଶଟି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଥିଲା । ବିଦ୍ୟାଳୟ ଓ ଗଣଶିକ୍ଷା, ଆଇନ, ଶକ୍ତି, ପଞ୍ଚାୟତିରାଜ ଏବଂ ପାନୀୟ ଜଳ, ଅର୍ଥ, କୃଷି ଏବଂ କୃଷକ ସଶକ୍ତିକରଣ, ସ୍ୱାସ୍ଥ୍ୟ ଓ ସୂଚନା ଏବଂ ପ୍ରଯୁକ୍ତି ବିଦ୍ୟା ବିଭାଗର ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଥିଲା । ଯାହା ସବୁ ବର୍ଗର ଲୋକଙ୍କର ବିକାଶ ପାଇଁ ସହାୟକ ହେବ । ଆଉ କେଉଁ କେଉଁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବ ତାହା ଉପରେ ସମସ୍ତଙ୍କ ନଜର ରହିଛି । Post navigation କ୍ଷମତା ଲୋଭ ଛାଡ଼ି ପାରିବେନି କି ସୁରେଶ ? ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ସମେତ ୫ ଜଣଙ୍କୁ ଗିରଫ କଲା ଭିଜିଲାନ୍ସ