state-level biju jayanti celebrations
ଆଜି ଭୁବନେଶ୍ୱର ଜୟଦେବ ଭବନଠାରେ ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଛି ରାଜ୍ୟ ସ୍ତରୀୟ ମହାନ ଜନନାୟକ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଉତ୍ସବ ।
 
ବିଶିଷ୍ଟ ଅତିଥି ଭାବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଥିଲେ ରାଜ୍ୟ ସରକାର ତେବେ ବିଜୁ ଜୟନ୍ତୀ ସରକାରୀ ଉତ୍ସବକୁ ଆସିଲେନି ନବୀନ ପଟ୍ଟନାୟକ । କାଢ଼ି ନିଆଗଲା ଚୌକି ।
 
ଏହି ସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ୨ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡା, ବରିଷ୍ଠ ନେତା ପ୍ରଫୁଲ୍ଲ ଘଡ଼େଇ ଏହି ଉତ୍ସବରେ ଯୋଗଦେଇଥିଲେ ।
 
ତେବେ ଆଜି ବିଜୁ ପଟ୍ଟନାୟକ ପାର୍କ ପରିସରରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ନବୀନ ।

By Nirvay

Leave a Reply

Your email address will not be published. Required fields are marked *