ମହିଳା କମିଶନ ଅଧ୍ୟକ୍ଷା ପଦରୁ ହଟିଲେ ମିନତୀ ବେହେରା । ରାଜ୍ୟର ସରକାର ଆଜି ଓଡ଼ିଶା ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ଓ ସମସ୍ତ ସଦସ୍ୟାଙ୍କୁ ତତ୍କାଳ ପ୍ରଭାବରୁ ବରଖାସ୍ତ କରିଛନ୍ତି । କମିଶନଙ୍କ ସହ ସଦସ୍ୟା ସ୍ପର୍ଣ୍ଣଲତା ସାମଲ, ସୁଜାତା ଦିଗଲ, ବବିତା ସ୍ୱାଇଁ ଓ ବିଜୟା ବରୱାଙ୍କୁ ତତ୍କାଳ ପ୍ରଭାବରୁ ହଟାଇ ଦିଆଯାଇଛି । ବିଜେଡି ସରକାର ସମୟରେ ମହିଳା ଆୟୋଗରେ ଥଇଥାନ ହୋଇଥିବା ଆଗଧାଡ଼ିର ବିଜେଡି ନେତ୍ରୀମାନଙ୍କୁ ରାଜ୍ୟ ସରକାର ଓଡ଼ିଶା ଆକ୍ଟ-୧୯୯୪ର ଧାରା ୩ରେ ପ୍ରଦତ୍ତ କ୍ଷମତାକୁ ଉପଯୋଗ କରି ମହିଳା ଆୟୋଗ ଅଧ୍ୟକ୍ଷା ଓ ସଦସ୍ୟାଙ୍କୁ ବରଖାସ୍ତ କରିଥିବା ଜଣାପଡ଼ିଛି । ଏହାସହିତ ରାଜ୍ୟରେ ମହିଳା ଆୟୋଗର ନୂଆ ଅଧ୍ୟକ୍ଷା ଓ ସଦସ୍ୟା ନିମନ୍ତେ ଚୟନ ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ମିଳିଛି ।

ସୂଚନା ଯୋଗ୍ୟ; ବିଜେଡି ନେତ୍ରୀ ମିନତୀ ବେହେରାଙ୍କୁ ୨୦୨୨ ଅକ୍ଟୋବର ମାସରେ ଦ୍ୱିତୀୟଥର ପାଇଁ ଅଧ୍ୟକ୍ଷା ଭାବେ ଥଇଥାନ କରାଯାଇଥିବାବେଳେ ୨୦୨୩ ଏପ୍ରିଲ ମାସରେ ଅନ୍ୟ ୪ଜଣ ବିଜେଡି ନେତ୍ରୀଙ୍କୁ ଆୟୋଗର ସଦସ୍ୟା ଭାବେ ଅବସ୍ଥାପିତ କରାଯାଇଥିଲା । ତେବେ ନୂତନ ସରକାର ଆସିବାର ୪ ମାସ ବିତିଥିଲେ ମଧ୍ୟ ନିଜ ଆଡ଼ୁ ପଦରୁ ଇସ୍ତଫା ଦେଇନଥିଲେ ବିଜେଡିର ନେତ୍ରୀ କମିଶନ ଓ ସଦସ୍ୟା । ରାଜ୍ୟ ସରକାର ନିଜ କ୍ଷମତାର ଉପଯୋଗ କରି ସେମାନଙ୍କୁ ବରଖାସ୍ତ କରିଛନ୍ତି । ସାଧାରଣ ଭାବେ କମିଶନର ଅଧ୍ୟକ୍ଷା ଓ ସଦସ୍ୟାଙ୍କ କାର୍ଯ୍ୟକାଳ ୩ ବର୍ଷ ରହିଥାଏ । କମିଶନର ଅଧ୍ୟକ୍ଷା ଓ ସଦସ୍ୟାଙ୍କ କାର୍ଯ୍ୟକାଳ ୩ ବର୍ଷ ପୂରିବା ପୂର୍ବରୁ ବରଖାସ୍ତ କରିଛନ୍ତି ସରକାର ।

Leave a Reply

Your email address will not be published. Required fields are marked *