ଅତି ଭୀଷଣ ବାତ୍ୟା ରୂପ ନେଇ ଓଡ଼ିଶାକୁ ହିଟ୍‌ କରିବ ସମ୍ଭାବ୍ୟ ବାତ୍ୟା ‘ଦାନା’। ପୁରୀ ଓ ସାଗର ଦ୍ୱୀପ ମଧ୍ୟରେ ଏହା ଲ୍ୟାଣ୍ଡଫଲ୍‌ କରିପାରେ ବା ସ୍ଥଳଭାଗ ଛୁଇଁପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହା ଭୀଷଣ ବାତ୍ୟାର ରୂପ ନେଇ ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳେ ଲ୍ୟାଣ୍ଡଫଲ୍‌ କରିବ । ଏହି ସମ୍ଭାବ୍ୟ ବାତ୍ୟାକୁ ନେଇ ୧୪ଟି ଜିଲ୍ଲା ପାଇଁ ୩ ଦିନିଆ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ଆସନ୍ତା ୨୩ରୁ ୨୫ ତାରିଖ ଯାଏଁ ବନ୍ଦ ରହିବ ସ୍କୁଲ । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ ସିଂ ସ୍କୁଲ ଓ ଗଣଶିକ୍ଷା କମିଶନରଙ୍କୁ ଚିଠି ଲେଖିଛନ୍ତି ।

ଏହି ୧୪ଟି ଜିଲ୍ଲା ଗୁଡ଼ିକୁ ହେଲା- ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ । ଏହି ସବୁ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବାନା ରହିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସେପଟେ ବାତ୍ୟା ମୁକାବିଲା ପାଇଁ ରାଜ୍ୟରୁ ଜିଲ୍ଲା ସ୍ତର ଯାଏ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ପ୍ରସ୍ତୁତି

Leave a Reply

Your email address will not be published. Required fields are marked *