junior mining officer suspended on charges of sand smuggling
ରାଜ୍ୟରେ ଚୋରା ବାଲି ମାଫିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି ।
 
ଏହି ପରିପ୍ରେକ୍ଷୀରେ ଆଜି ମଧ୍ୟ ରାଜ୍ୟ ତମାମ ପୋଲିସ ପକ୍ଷରୁ ଚଢ଼ାଉ ଜାରି ରହିଛି । ରାଜ୍ୟର ସମସ୍ତ ଜିଲ୍ଲା ପୋଲିସ ବାଲି ମାଫିଆଙ୍କ ବିରୋଧରେ ଚଢ଼ାଉ ଅଭିଯାନ ଜାରି ରଖିଛନ୍ତି। ଏହି କ୍ରମରେ ବାଲି ବୋଝେଇ ଟ୍ରାକ୍ଟର, ଟ୍ରକ, ଟିପର ଓ ହାଇୱା ଜବତ କରାଯାଇଛି ।
 
ରବିବାର ସକାଳୁ ରାତି ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାର ପୋଲିସର ସ୍ୱତନ୍ତ୍ର ଟିମ ବିଭିନ୍ନ ଚୋରା ବାଲିଘାଟ ଉପରେ ଚଢାଉ କରି ୯୧ ଟି ବାଲି ବୋଝେଇ ଟ୍ରାକ୍ଟର, ଟ୍ରକ, ଟିପର ଓ ହାଇୱା ଜବତ କରିଛି । ଏହା ସହ ୮୭ ଟି ମାମଲା ରୁଜୁ କରାଯାଇଥିବା ବେଳେ ୯୬ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି ।
 
ଏହି ଧରପଗଡ଼ ଲଗାତାର ଭାବେ ଚାଲିବ । ବାଲି, ମୋରମ ଚୋରା କାରବାର ସମ୍ପର୍କରେ ସ୍ଥାନୀୟ ବ୍ୟକ୍ତି ବିଶେଷ ପୋଲିସକୁ ସୂଚନା ମଧ୍ୟ ଦେଇପାରିବେ । ରାଜ୍ୟରେ ଚୋରା ବାଲି ଚାଲାଣ ରୋକିବାକୁ ଆଗାମୀ ଦିନରେ ମଧ୍ୟ ପୋଲିସ ପକ୍ଷରୁ ଉଦ୍ୟମ ଜାରି ରହିବ ।

By Nirvay

Leave a Reply

Your email address will not be published. Required fields are marked *