ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ଚାରିଆଡ଼େ ଓଡ଼ିଶା ପୋଲିସକୁ ସମାଲୋଚନା କରିବା ସହିତ ଏହି ଘଟଣାକୁ ନିନ୍ଦା କରି ରାଜ୍ୟ ସରକାରଙ୍କୁ ବିରୋଧି ଦଳ ଘେରିଥିବା ବେଳେ ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ କହିଛନ୍ତି ସରକାର ଏ ବିଷୟକୁ ନେଇ ସଚେତନ ଅଛନ୍ତି । ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ । ଘଟଣାକୁ ଗୁରୁତ୍ବର ସହ ନିଆଯାଇ କ୍ରାଇମବ୍ରାଞ୍ଚକୁ ତଦନ୍ତ ପାଇଁ ଦାୟିତ୍ଵ ଦିଆଯାଇଛି । କ୍ରାଇମବ୍ରାଞ୍ଚ ଏତଲା ଅନୁସାରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

ସେହିପରି ସଂପୃକ୍ତ ପୋଲିସ କର୍ମଚାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି ଏବଂ ଏ ସରକାର କାର୍ଯ୍ୟାନୁଷ୍ଠାନ ନେବାରେ କେବେ ପଛଘୁଞ୍ଚା ଦିଅନ୍ତିନି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଅନ୍ୟପଟେ କମିସନରେଟ୍ ପୁଲିସ ମୂଳ ଘଟଣାରେ ୭ ଜଣ ରୋଡ ରୋମିଓଙ୍କୁ ଗିରଫ କରିଥିବା ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *